Connect with us

ଓଡିଶା

ବର୍ଷା ସମ୍ଭାବନା :- ଚାଷୀ ଚିନ୍ତାରେ

ସାଙ୍କେତିକ ଚିତ୍ର

ବର୍ଷା ସମ୍ଭାବନା :- ଚାଷୀ ଚିନ୍ତାରେ
ଭୁବନେଶ୍ୱର:- ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଚେନ୍ନାଇ ଠାରୁ ୯୩୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଥିବା ଲଘୁଚାପ ଡିପ୍ ଡିପ୍ରେସନରେ ପରିଣତ ହୋଇଛି । ଆସନ୍ତା କିଛି ଘଣ୍ଟା ମଧ୍ୟରେ ଏହା ଘୂର୍ଣ୍ଣିଝଡ଼ର ରୂପ ନେବାର ସମ୍ଭାବନା ରହିଛି । ଏହି ବାତ୍ୟାର ନାମ ଥାଇଲ୍ୟାଣ୍ଡ ପକ୍ଷରୁ ‘ପେଥାଇ’ ରଖାଯାଇଛି । ‘ପେଥାଇ’ର ପ୍ରଭବ ଓଡ଼ିଶା ଉପରେ ପଡ଼ିବାର ସମ୍ଭାବନା ନାହିଁ କିନ୍ତୁ ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଅସରାଏ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଉଛି । ୧୬ ଓ ୧୭ ତାରିଖରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶା କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କନ୍ଧମାଳ ଆଦିଅଂଚଳରେ କିଛି ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ । ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ୪ ଦିନ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା