Connect with us

ଓଡିଶା

୧୫ରେ ବଲାଙ୍ଗୀର ଗସ୍ତରେ ଆସିବେ ମୋଦି

ସାଙ୍କେତିକ

୧୫ରେ ବଲାଙ୍ଗୀର ଗସ୍ତରେ ଆସିବେ ମୋଦି , ଜାରୀ ହେଲା କାର୍ଯ୍ୟସୂଚୀ
ସକାଳ ସାଢେ ୯ଟାରେ ଝାରସୁଗୁଡାରେ ପହଂଚି ହେଲିକ୍ୟାପ୍ଟରରେ ଯିବେ ବଲାଙ୍ଗୀର
ଭୁବନେଶ୍ୱର,୯ା୧ : ଆସନ୍ତା ଜାନୁଆରୀ୧୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିବେ । ଏହି ଅବସରରେ ବଲାଙ୍ଗୀର ଠାରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ସହ ଏକ ସାଧାରଣ ସଭାରେ ମଧ୍ୟ ଯୋଗ ଦେବେ । ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ନେଇ ବୁଧବାର ସମ୍ଭାବ୍ୟ କାର୍ଯ୍ୟସୂଚୀ ଜାରି କରାଯାଇଛି ।

ଏହି କାର୍ଯ୍ୟସୂଚୀ ଅନୁଯାୟୀ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ୧୫ ତାରିଖ ସକାଳ ସାଢେ୯ଟାରେ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଂଚିବେ । ସେଠାରୁ ହେଲିକପ୍ଟର ଯୋଗେ ସେ ବଲାଙ୍ଗିର ଯିବେ । ସକାଳ୧୦ଟା ୪୦ରେ ବଲାଙ୍ଗିର ରେଲୱେ ଷ୍ଟେସନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବେ । ସେଠାରୁ ପ୍ରଧାନମନ୍ତ୍ରୀ ହେଲିକପ୍ଟରରେ ପଥରଚେପା ଯାଇ ଏକ ସାଧାରଣ ସଭାକୁ ସମ୍ବୋଧନ କରିବେ । ୧୧ଟା ୪୫ ମିନିଟରୁ ଏହି ସଭା ଅ।ରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ସାଢ଼େ ୧୨ଟାରେ ସଭା ସରିବା ପରେ ପ୍ରଧାନମନ୍ତ୍ରୀ ସେଠାରୁ ଝାରସୁଗୁଡ଼ା ଯିବେ । ସେଠାରୁ ସେ ଅପରାହ୍ଣ ଗୋଟାଏ ୪୫ ମିନିଟରେ କେରଳର ତିରୁଅନନ୍ତପୁରମ୍ ଯିବାର କାର୍ଯ୍ୟକ୍ରମ ରହିଛି ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା