Connect with us

ଓଡିଶା

ଆଇଏଏସ ସ୍ତରରେ ଅଦଳ ବଦଳ

ସାଙ୍କେତିକ

ଆଇଏଏସ ସ୍ତରରେ ଅଦଳ ବଦଳ
ଭୁବନେଶ୍ୱର :- ରାଜ୍ୟ ସରକାର ଆଇଏଏସ ସ୍ତରରେ ଏକ ଛୋଟ ଧରଣର ଅଦଳ ବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ବିଜ୍ଞପ୍ତି ଅନୁଯାୟୀ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ଶାସନ ସଚିବ ଡକ୍ଟର ଚନ୍ଦ୍ରଶେଖର କୁମାରଙ୍କୁ ଓଡ଼ିଶା ପଣ୍ୟାଗାର ନିଗମର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି । ଏହି ପଦବୀରେ ଅତିରିକ୍ତ ଦାୟିତ୍ୱରେ ଥିଲେ ଡକ୍ଟର ସୌରଭ ଗର୍ଗ । ସେହିପରି ଅବକାରୀ ବିଭାଗର ପ୍ରମୁଖ ଶାସନ ସଚିବ ଏବଂ ଅତିରିକ୍ତ ଦାୟିତ୍ୱରେ ଥିବା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗରେ ନିଯୁକ୍ତି ଦିଆଯାଇଛି ।

ଶ୍ରୀ ଧଳଙ୍କୁ ନୂତନ ଦାୟିତ୍ୱ ସହ ଅବକାରୀ ବିଭାଗର ଅତିରିକ୍ତ ଦାୟିତ୍ୱରେ ରଖାଯାଇଛି । କୃଷି ଓ କୃଷକ ସଶସ୍ତ୍ର କରଣ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଭାସ୍କରଜ୍ୟୋତି ଶର୍ମାଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା