Connect with us

ଓଡିଶା

ଆଜିଠୁ ପ୍ରବଳ ବର୍ଷିବ

ସାଂକେତିକ

ଆଜିଠୁ ପ୍ରବଳ ବର୍ଷିବ
ଭୁବନେଶ୍ୱର, ୨୨ ଅକ୍ଟୋବର – ବଙ୍ଗୋପସାଗରର ଦକ୍ଷିଣ ପଶ୍ଚିମ ତାମିଲନାଡ଼ୁ ଉପକୂଳ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଂଟା ମଧ୍ୟରେ ଲଘୁ·ପରେ ପରିଣତ ହେବ ।

ଏହା ପ୍ରଭାବରେ ୨୩ ତାରିଖରୁ ତାମିଲନାଡ଼ୁ ଓ ଆନ୍ଧ୍ରପ୍ରଦେଶ ସମେତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ୨୬ ତାରିଖ ପର‌୍ୟ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କାର‌୍ୟ୍ୟାଳୟ ପୂର୍ବାନୁମାନ କରିଛି । ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ ଓ ନବରଙ୍ଗପୁର ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଗଞ୍ଜାମ, ପୁରୀ, କନ୍ଧମାଳ ଓ ଗଜପତି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ୨୪ ଓ ୨୫ ତାରିଖରେ ମଧ୍ୟ ରାଜ୍ୟର ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଗଞ୍ଜାମ, ପୁରୀ, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା