Connect with us

ଓଡିଶା

ଆଜି ନିର୍ବାଚନ : ସକାଳ ୭ଟାରୁ ମତଦାନ

ସାଙ୍କେତିକ

ଆଜି ନିର୍ବାଚନ : ସକାଳ ୭ଟାରୁ ମତଦାନ
ଭୁବନେଶ୍ୱର,୨୨ ଅପ୍ରେଲ – ମଙ୍ଗଳବାର ଓଡିଶାର ୬ଟି ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ୪୨ ଟି ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ କରାଯିବ । ୪୨ଟି ବିଧାନସଭା ଆସନ ମଧ୍ୟରୁ ୩୫ଟିରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବାକୁ ଥିବାବେଳେ ବାକି ୭ଟିରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ । ସୁରକ୍ଷା ଦୃଷ୍ଟିରୁ ମାଓ ଅଧ୍ୟୁଷିତ ସମ୍ବଲପୁର, କେନ୍ଦୁଝର ଓ ଢେଙ୍କାନାଳ ଲୋକସଭାର ୭ଟି ସମ୍ବେଦନଶୀଳ ବିଧାନସଭା ନିର୍ବାଚନମଣ୍ଡଳୀରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରିବାକୁ ନିର୍ବାଚନ କମିସନ ନିଷ୍ପତି ନେଇଛନ୍ତି ।
ସମ୍ବଲପୁର ଲୋକସଭା ଆସନରେ ଆସୁଥିବା କୁଚିଣ୍ଡା, ରେଢ଼ାଖୋଲ, ଦେବଗଡ଼, ଆଠମଲ୍ଲିକରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ । ସେହିପରି କେନ୍ଦୁଝର ଲୋକସଭା ନିର୍ବାଚନମଣ୍ଡଳୀର ଚମ୍ପୁଆ, ଢେଙ୍କାନାଳ ଲୋକସଭା ଆସନ ଅଧୀନରେ ଆସୁଥିବା ପାଳଲହଡ଼ା ଓ ଅନୁଗୁଳ ବିଧାନସଭା ନିର୍ବାଚନମଣ୍ଡଳୀରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରିବାକୁ ନିର୍ବାଚନ କମିସନ ବିଜ୍ଞପ୍ତି ଜାରି କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା