Connect with us

ଓଡିଶା

ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ,୧୦୨ ପଞ୍ଚାୟତ ପାଇଁ ୧୭.୫୮ କୋଟି ମଞ୍ଜୁର l

ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ,୧୦୨ ପଞ୍ଚାୟତ ପାଇଁ ୧୭.୫୮ କୋଟି ମଞ୍ଜୁର l

ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ
୧୦୨ ପଞ୍ଚାୟତ ପାଇଁ ୧୭.୫୮ କୋଟି ମଞ୍ଜୁର
ଭୁବନେଶ୍ୱର,୧୬ ।୮: ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ୬ଟି ଜିଲ୍ଲାର ୬ଟି ବ୍ଲକ ପାଇଁ ୧୭.୫୮ କୋଟି ଟଙ୍କାର ପ୍ରକଳ୍ପ ମଞ୍ଜୁର କରିଛନ୍ତି । ଏହି ବ୍ଲକଗୁଡ଼ିକ ହେଲା କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼, ବଲାଙ୍ଗୀର ଜିଲ୍ଲାର ତୁରେଇକେଲା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି, କନ୍ଧମାଳ ଜିଲ୍ଲାର ଟିକାବାଲି, ମୟୂରଭଞ୍ଜ ଜିଲ୍ଲାର ବହଳଦା ଓ ଗଜପତି ଜିଲ୍ଲାର ନୂଆଗଡ଼ ବ୍ଲକ ।

ଆଜି ମୁଖ୍ୟମନ୍ତ୍ରୀ ଲାଞ୍ଜିଗଡ଼ ବ୍ଲକର ୨୫ଟି ପଂଚାୟତ ପାଇଁ ୩କୋଟି ଟଙ୍କାରେ ୨୧୯ଟି ପ୍ରକଳ୍ପ, ତୁରେଇକେଲା ବ୍ଲକର ୧୯ଟି ପଂଚାୟତ ପାଇଁ ୩ କୋଟି ଟଙ୍କାରେ ୧୫୦ଟି ପ୍ରକଳ୍ପ, ରେଙ୍ଗାଲି ବ୍ଲକର ୧୬ଟି ପଂଚାୟତ ପାଇଁ ୩.୭୭ କୋଟି ଟଙ୍କାରେ ୧୫୭ଟି ପ୍ରକଳ୍ପ, ଟିକାବାଲି ବ୍ଲକର ୧୧ଟି ପଂଚାୟତ ପାଇଁ ୨.୫୩ କୋଟି ଟଙ୍କାରେ ୮୫ଟି ପ୍ରକଳ୍ପ, ବହଳଦା ବ୍ଲକର ୧୨ଟି ପଂଚାୟତ ପାଇଁ ୩ କୋଟି ଟଙ୍କାରେ ୧୧୭ଟି ପ୍ରକଳ୍ପ ଓ ନୂଆଗଡ଼ ବ୍ଲକର ୧୯ଟି ପଂଚାୟତ ପାଇଁ ୨.୨୮ କୋଟି ଟଙ୍କାରେ ୫୮ଟି ପ୍ରକଳ୍ପ ଏହିପରି ସମୁଦାୟ ୬ଟି ବ୍ଲକ୍ର ୧୦୨ଟି ପଂଚାୟତ ପାଇଁ ମୁଖ୍ୟମନ୍ତ୍ରୀ ୧୭.୫୮ କୋଟି ଟଙ୍କାରେ ୭୭୭ଟି ପ୍ରକଳ୍ପ ମଞ୍ଜୁର କରିଛନ୍ତି । ଆଜି କାର୍ଯ୍ୟକ୍ରମକୁ ମିଶାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୪୫ଟି ବ୍ଲକ୍ର ୩୨୯୯ଟି ଗ୍ରାମ ପଂଚାୟତ ସହିତ ଆଲୋଚନା ମାଧ୍ୟମରେ ପ୍ରକଳ୍ପ ମଞ୍ଜୁର କରିଛନ୍ତି । ଏପର୍ଯ୍ୟନ୍ତ ୩୦୫୯୩ଟି ପ୍ରକଳ୍ପ ପାଇଁ ୭୪୬.୭୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ସୂଚନାଯୋଗ୍ୟ ଯେ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଗ୍ରାମବାସୀଙ୍କ ସହିତ ସିଧାସଳଖ ଆଲୋଚନା ଜରିଆରେ ସେମାନଙ୍କ ପ୍ରସ୍ତାବିତ ପ୍ରକଳ୍ପଗୁଡ଼ିକୁ ମଞ୍ଜୁର କରୁଛନ୍ତି । ଏହି କାର୍ଯ୍ୟକ୍ରମ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ, ସାମୁହିକ କାର୍ଯ୍ୟନ୍ୱୟନ ଓ ସ୍ୱଚ୍ଛ ପ୍ରଶାସନର ଶ୍ରେଷ୍ଠ ଉଦାହରଣ ହୋଇପାରିଛି । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପରିଷଦର ସଦସ୍ୟ, ସାଂସଦ, ବିଧାୟକ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପଂଚାୟତିରାଜ ବିଭାଗର ପ୍ରମୁଖ ସଚିବ, ବିଭିନ୍ନ ବିଭଗର ବରିଷ୍ଠ ଅଧିକାରୀ, ଜିଲ୍ଲାପାଳ ଓ ପଂଚାୟତ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା