Connect with us

ଅପରାଧ

କାକତିଆ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

ସାଙ୍କେତିକ

କାକତିଆ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା
ଟ୍ରକ୍-ବୋଲେରୋ ଧକ୍କାରେ ୬ମୃତ, ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ
କେନ୍ଦ୍ରାପଡ଼ା,୨୧ା୧ : କଟକ-ଚାନ୍ଦବାଲି ରାସ୍ତାର କାକତିଆ ଛକରେ ଆଜି ଭୋର ପ୍ରାୟ ସାଢ଼େ ୫ଟା ସମୟରେ ଘଟିଯାଇଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସଂନ୍ଧ୍ୟା ସୁଦ୍ଧା ମୃତ୍ୟୁ ସଂଖ୍ୟା ୬ କୁ ବୃଦ୍ଧି ପାଇଛି । ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇଥିବା ଅନ୍ୟ ଦୁଇ ଜଣ ସମ୍ପ୍ରତି କଟକ ବଡ ମେଡିକାଲରେ ଚିକିତ୍ସାଧିନ ଅଛନ୍ତି । ଉଭୟଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ।

ସୂଚନା ଅନୁଯାୟୀ, କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ ରାଜପୁର ଗ୍ରାମର ଏକ ପରିବାର ୫ ଜଣ, ଅନ୍ୟ ତିନି ଯାତ୍ରୀ ଏବଂ ଡ୍ରାଇଭରକୁ ମିଶାଇ ମୋଟ୍ ୯ ଜଣ ଭୁବନେଶ୍ୱର ଅଭିମୁଖେ ଆସୁଥିଲେ । ଘନ କୁହୁଡ଼ି ଯୋଗୁଁ ରାସ୍ତା ଅସ୍ପଷ୍ଟ ଦେଖାଯାଉଥିବା ବେଳେ ସାମ୍ନାରୁ ଦୃତ ଗତିରେ ଆସୁଥିବା ଏକ ଟ୍ରକ୍ ନଂ ଓଡ଼ି୦୫ୟୁ୪୫୫୭ ସହିତ ବୋଲେରୋଟି ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ତିନି ଜଣଙ୍କର ମୃତ୍ୟୁ ଘଟିଥିଲା । ଦୁର୍ଘଟଣାରେ ଅନ୍ୟ ୫ ଜଣ ଗୁରୁତର ଭାବେ ଆହତ ହୋଇଥିଲେ ।

ଖବର ପାଇ ଚାନ୍ଦୋଳ ଫାଣ୍ଡି ଓ କେନ୍ଦ୍ରାପଡ଼ା ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ମୃତାହତ ମାନଙ୍କୁ ଉଦ୍ଧାର କରିବା ସହ ସେମାନଙ୍କୁ ମେଡିକାଲକୁ ପଠାଇବାର ବ୍ୟବସ୍ଥା କରିଥିଲେ । ଆହତ ମାନଙ୍କୁ ପ୍ରଥମେ ନିଶ୍ଚିନ୍ତକୋଇଲି ଏବଂ ପରେ ଅଧିକ ଚିକିତ୍ସା ନିମନ୍ତେ କଟକ ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିବା ବେଳେ ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଅନ୍ୟ ତିନି ଜଣଙ୍କର ମୃତ୍ୟୁ ଘଟିଛି । ଫଳରେ ସଂନ୍ଧ୍ୟା ସୁଦ୍ଧା ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ମୃତାହତ ମାନଙ୍କର ସମ୍ପୂର୍ଣ୍ଣ ପରିଚୟ ମିଳିପାରିନାହିଁ ।

ଦୁର୍ଘଟଣାଗ୍ରସ୍ତ ଟ୍ରକ୍ ଓ ବୋଲେରୋକୁ ପୋଲିସ ଜବତ କରିଛି । ମୃତକଙ୍କ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଅନ୍ୟପକ୍ଷରେ ମୃତକଙ୍କ ପରିବାର ପକ୍ଷରୁ ଏ ସଂକ୍ରାନ୍ତରେ ସଦର ଥାନାରେ ଏକ ଲିଖିତ ଅଭିଯୋଗ ଦାୟର୍ କରାଯାଇଛି । ପୋଲିସ ପକ୍ଷରୁ ଏନେଇ ଅଧିକ ତଦନ୍ତ ଜାରୀ ରହିଛି ।

Click to comment

Leave a Reply

Your email address will not be published. Required fields are marked *

More in ଅପରାଧ