Connect with us

ଓଡିଶା

ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେଇଛି l

ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେଇଛି l

ଭୁବନେଶ୍ୱର ୨୭।୮ : ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିବା ସହିତ ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ ଓ ଯାଜପୁର ଆଦି ଜିଲ୍ଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଶଙ୍କା ରହିଛି।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା