Connect with us

ଓଡିଶା

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ୨୩୯ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ

ସାଙ୍କେତିକ

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ୨୩୯ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ
ଭୁବନେଶ୍ୱର, ୦୮ ଏପ୍ରିଲ – ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ବିଧାନସଭା ଆସନ ନିମନ୍ତେ ସୋମବାର ୧୩୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ଆସନ ପାଇଁ ୨୩ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଚତୁର୍ଥ ପର୍ଯ୍ୟାୟର ୪୨ଟି ବିଧାନସଭା ଆସନ ପାଇଁ ସର୍ବମୋଟ ୨୦୭ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ୬ଗୋଟି ଲୋକସଭା ଆସନ ପାଇଁ ସର୍ବମୋଟ ୩୨ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ ପରି·ଳନା କରିବା ନିମନ୍ତେ ବର୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ୮୫୧୩
ଗୋଟି ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ ହୋଇଛି । ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ ଧାରା ଅନୁଯାୟୀ ୪୫୭୪୧ ଜଣଙ୍କୁ ଅଟକ ରଖାଯାଇଛି । ୪୯୨୧ ଗୋଟି ଲାଇସେନ୍ସପ୍ରାପ୍ତ ବନ୍ଧୁକ ସଂପୃକ୍ତ ଜିଲ୍ଲା ପ୍ରଶାସନଠାରେ ଜିମା ଦିଆଯାଇଛି । ଲାଇସେନ୍ସ ନଥିବା ୨୦୮ଟି ଅସ୍ତ୍ରଶସ୍ତ୍ର ଏବଂ ୧୩୬୭.୦୩୨ କିଲୋଗ୍ରାମ ବିସ୍ଫୋରକ ଦ୍ରବ୍ୟ ଜବତ କରାଯାଇଛି । ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅବକାରୀ ବିଭାଗ ଓ ପୋଲିସ ସହାୟତାରେ ପ୍ରାୟ ୧୦୯୯୯୮.୩୬୫ ବଲ୍କ ଲିଟର ମଦ ଜବତ କରାଯାଇଛି ଯାହାର ଆନୁମାନିକ ମୂଲ୍ୟ ୩ କୋଟି ୨୮ ଲକ୍ଷ ୮୩ ହଜାର ୭୬୪ ଟଙ୍କା । ଆଦର୍ଶ ଆଚରଣ ବିଧି ଉଲଂଘନ କରି ଆଜି ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗିଥିବା ୩୦ ଲକ୍ଷ ୯୩ ହଜାର ୪୧୦ଟି ହୋର୍ଡିଂ, ପୋଷ୍ଟର ଆଦିକୁ ହଟାଇ ଦିଆଯାଇଛି । ସେହିପରି ଆଜି ସୁଦ୍ଧା ବ୍ୟକ୍ତିଗତ ମାଲିକାନାରେ ଥିବା ସ୍ଥାନରେ ବେଆଇନ୍ ଭାବେ ଲାଗିଥିବା ୨ ଲକ୍ଷ ୬୬ ହଜାର ୧୪୬ଟି ହୋର୍ଡିଂ, ପୋଷ୍ଟର ଆଦିକୁ ମଧ୍ୟ ବାହାର କରିଦିଆଯାଇଛି ।
ରାଜ୍ୟସ୍ତରରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ ନଂ ୦୬୭୪-୨୩୯୫୦୧୫କୁ ବର୍ତମାନ ସୁଦ୍ଧା ୬୫୦ଟି କଲ୍ କରାଯାଇ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ବା ସୂଚନା ମିଳିଛି । ତନ୍ମଧ୍ୟରୁ ୨୫୦ଟି କେସ୍କୁ ବିଭିନ୍ନ ଜିଲ୍ଲାକୁ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି । ଆଜି ପର୍ଯ୍ୟନ୍ତ ଭୋଟର ହେଲ୍ପ ଲାଇନ୍ ନଂ-୧୯୫୦କୁ ସମୁଦାୟ ୧୩୮୧୯ଟି କଲ୍ କରାଯାଇ ସୂଚନା ମାଧ୍ୟମରେ ଅଭିଯୋଗ ଗ୍ରହଣ ସହ ସମାଧାନ କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା