Connect with us

ଆଞ୍ଚଳିକ

ଜନଶୁଣାଣି ସମ୍ପର୍କିତ ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ

ସାଙ୍କେତିକ ଚିତ୍ର

ପୋଲାଭରମ ମାମଲା
ଜନଶୁଣାଣି ସମ୍ପର୍କିତ ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୯ା୧୧ : ପୋଲାଭରମ ପ୍ରକଳ୍ପ ପାଇଁ ଓଡ଼ିଶା ଓ ଛତିଶଗଡ଼ରେ ଜନଶୁଣାଣି ସମ୍ପର୍କିତ ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୧ ତାରିଖ ସୁଦ୍ଧା ସତ୍ୟପାଠ ଦାଖଲ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିବା ବେଳେ ଆସନ୍ତା ୩ ତାରିଖକୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ପୋଲାଭରମ୍ ପ୍ରକଳ୍ପ ପ୍ରସଙ୍ଗରେ ଗତ ୨୧ ତାରିଖରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ପତ୍ର ଲେଖିଥିଲେ । ଏହି ପ୍ରକଳ୍ପ ମାମଲା କୋର୍ଟରେ ବିଚାରଧୀନ ଥିବା ସତ୍ତେ୍ୱ ଆନ୍ଧ୍ର ସରକାର ପ୍ରକଳ୍ପ ନିର୍ମାଣ ଜାରି ରଖିଛନ୍ତି । କୋର୍ଟ ନିର୍ଦ୍ଦେଶ ନ ଆସିବା ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀ ଆନ୍ଧ୍ର ସରକାରଙ୍କୁ ନିର୍ଦ୍ଦେଶ ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପତ୍ର ଜରିଆରେ ଅନୁରୋଧ କରିଥିଲେ । ଏଥିସହିତ କେନ୍ଦ୍ର ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟ ଗତ ଜୁଲାଇରେ ଦେଇଥିବା କାର୍ଯ୍ୟାଦେଶ ବାତିଲ ନିର୍ଦ୍ଦେଶ ଦେବାକୁ ମୁଖ୍ୟମନ୍ତ୍ରୀ ପତ୍ରରେ ଅନୁରୋଧ କରିଥିଲେ ।

Click to comment

Leave a Reply

Your email address will not be published. Required fields are marked *

More in ଆଞ୍ଚଳିକ