Connect with us

ଓଡିଶା

ଥଇଥାନ ଗୃହ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ସାଙ୍କେତିକ

ଥଇଥାନ ଗୃହ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର, ୨୦ ସେପ୍ଟେମ୍ବର – ଥଇଥାନ ଗୃହ କମିଟିର ପ୍ରଥମ ବୈଠକ ଶୁକ୍ରବାର ବିଧାନସଭାର ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହଙ୍କ ଅଧ୍ୟକ୍ଷତାରେ ବିଧାନସଭା ସଚିବାଳୟର କମିଟି ପ୍ରକୋଷ୍ଠ ନଂ-୫୪ରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟରେ ଜଳସେଚନ, ଶିଳ୍ପ ଓ ଖଣି ପ୍ରକଳ୍ପଗୁଡ଼ିକର ସ୍ଥାପନ ଦ୍ୱାରା ବିସ୍ଥାପିତ ହୋଇଥିବା ଲୋକମାନଙ୍କର ସମସ୍ୟାର ସମାଧାନ ଓ ସେମାନଙ୍କର ଥଇଥାନ ସଂପର୍କରେ ଆଲୋଚନା ହୋଇଥିଲା । ବୈଠକରେ କମିଟିର ସଦସ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରି·ଳନା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ବିଜେପି ବିଧାୟକ ଦଳର ମୁଖ୍ୟ ସଚେତକ ଶ୍ରୀ ମୋହନ ଚରଣ ମାଝୀ, ବିଧାୟକ ଶ୍ରୀ ସନ୍ତୋଷ ସିଂ ସାଲୁଜା, ଶ୍ରୀ ପ୍ରୀତିରଞ୍ଜନ ଘଡ଼ାଇ, ଶ୍ରୀ ମନୋହର ରନ୍ଧାରୀ, ଶ୍ରୀ ପର୍ଶୁରାମ ଧଡ଼ା, ଶ୍ରୀ ପ୍ରଶାନ୍ତ କୁମାର ଜଗଦ୍ଦେବ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

ଇଡ଼୍କୋର ଅଧ୍ୟକ୍ଷ ତଥା ପରି·ଳନା ନିର୍ଦ୍ଦେଶକ ଶ୍ରୀ ସଂଜୟ କୁମାର ସିଂ, ଶିଳ୍ପ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା, ଇସ୍ପାତ ଓ ଖଣି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଏସ୍.କେ. ପୋପଲି, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଆର୍.ଏନ୍ ପଲାଇ, ସଂପୃକ୍ତ ବିଭାଗୀୟ ବରିଷ୍ଠ ଅଧିକାରୀବୃନ୍ଦଙ୍କ ସମେତ ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ ଏହି ବୈଠକରେ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା