Connect with us

ଅପରାଧ

ନିର୍ବାଚନ ପୂର୍ବରୁ ଜବତ ହେଲା ୮୯.୪୧ ଲକ୍ଷ ଟଙ୍କା

ସାଙ୍କେତିକ

ନିର୍ବାଚନ ପୂର୍ବରୁ ଜବତ ହେଲା ୮୯.୪୧ ଲକ୍ଷ ଟଙ୍କା
ଭୁବନେଶ୍ୱର, ୦୧ଏପ୍ରିଲ – ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ ପରି·ଳନା କରିବା ନିମନ୍ତେ ରାଜ୍ୟରେ ବର୍ତମାନ ସୁଦ୍ଧା ବିଭିନ୍ନ ଜିଲ୍ଲାରେ ୭୧୪୬ ଗୋଟି ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ ହୋଇଛି । ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ ଧାରା ଅନୁଯାୟୀ ୩୫୯୬୫ ଜଣଙ୍କୁ ଅଟକ ରଖାଯାଇଛି । ୪୪୮୭ ଗୋଟି ଲାଇସେନ୍ସପ୍ରାପ୍ତ ବନ୍ଧୁକ ସଂପୃକ୍ତ ଜିଲ୍ଲା ପ୍ରଶାସନଠାରେ ଜିମା ଦିଆଯାଇଛି । ଲାଇସେନ୍ସ ନଥିବା ୧୭୪ଟି ଅସ୍ତ୍ରଶସ୍ତ୍ର ଏବଂ ୨୫୮.୦୩୨ କିଲୋଗ୍ରାମ ବିସ୍ଫୋରକ ଦ୍ରବ୍ୟ ଜବତ କରାଯାଇଛି । ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅବକାରୀ ବିଭାଗ ଓ ପୋଲିସ ସହାୟତାରେ ପ୍ରାୟ ୮୨୬୨୮.୨୬୦ ବଲ୍କ ଲିଟର ମଦ ଜବତ କରାଯାଇଛି ଯାହାର ଆନୁମାନିକ ମୂଲ୍ୟ ୨ କୋଟି ୪୧ ଲକ୍ଷ ୧୮ ହଜାର ୩୬୨ ଟଙ୍କା ହେବ ।
ଆଜି ସୁଦ୍ଧା ରାଜ୍ୟରେ ଫ୍ଲାଇଂ ସ୍କ୍ୱାଡ୍ ଏବଂ ପୋଲିସ୍ ଦ୍ୱାରା ୮୯ ଲକ୍ଷ ୪୧ ହଜାର ୭୦ ଟଙ୍କା ଜବତ କରାଯାଇଛି । ଆଦର୍ଶ ଆଚରଣ ବିଧି ଉଲଂଘନ କରି ଆଜି ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗିଥିବା ୧୬ ଲକ୍ଷ ୨୧ ହଜାର ୧୪ଟି ହୋର୍ଡିଂ, ପୋଷ୍ଟର ଆଦିକୁ ହଟାଇ ଦିଆଯାଇଛି । ସେହିପରି ଆଜି ସୁଦ୍ଧା ବ୍ୟକ୍ତିଗତ ମାଲିକାନାରେ ଥିବା ସ୍ଥାନରେ ବେଆଇନ୍ ଭାବେ ଲାଗିଥିବା ୧ ଲକ୍ଷ ୫୨ ହଜାର ୧୧୧ଟି ହୋର୍ଡିଂ, ପୋଷ୍ଟର ଆଦିକୁ ମଧ୍ୟ ବାହାର କରିଦିଆଯାଇଛି ।
ରାଜ୍ୟସ୍ତରରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ ନଂ ୦୬୭୪-୨୩୯୫୦୧୫କୁ ବର୍ତମାନ ସୁଦ୍ଧା ୪୯୨ଟି କଲ୍ କରାଯାଇ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ବା ସୂଚନା ମିଳିଛି । ରାଜ୍ୟସ୍ତରୀୟ ଭୋଟର ହେଲପ୍ ଲାଇନ୍ ନଂ-୧୯୫୦କୁ ଆଜି ସୁଦ୍ଧା ୧୨୪୭୭ଟି ଅଭିଯୋଗ ଗ୍ରହଣ କରାଯାଇ ତାହାର ତ୍ୱରିତ ସମାଧାନ କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

More in ଅପରାଧ