Connect with us

ଓଡିଶା

ପାଖେଇ ଆସିଲା ‘ପେଥାଇ’ :-ଦକ୍ଷିଣ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ

Pic on 6 PM

ପାଖେଇ ଆସିଲା ‘ପେଥାଇ’ :-ଦକ୍ଷିଣ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ
ଭୁବନେଶ୍ୱର ୧୬ା୧୨: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସାମୁଦ୍ରିକ ଝଡ଼ ‘ପେଥାଇ’ ୧୭ ତାରିଖ ସକାଳୁ ଅପରାହ୍ନ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଓରାଙ୍ଗଲ ଏବଂ କାକିନଡ଼ା ମଧ୍ୟଦେଇ ସ୍ଥଳଭାଗ ଅତିକ୍ରମ କରିବ । ଏହାର ପ୍ରଭାବରେ ବର୍ତମାନଠୁ ଦକ୍ଷିଣ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି । ଆସନ୍ତା କାଲି ୧୧ଟି ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହି ଜିଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ଝାରସୁଗୁଡ଼ା ଏବଂ ସମ୍ବଲପୁର । ବାତ୍ୟା ଯୋଗୁ ସମୁଦ୍ର ଅଶାନ୍ତ ରହିବ ।

ଘଣ୍ଟାକୁ ୧୦୦ରୁ ୧୨୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ୧୮ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି । ପାରାଦୀପ, ଗୋପାଳପୁର, ଚାନ୍ଦାବାଲି, ପୁରୀରେ ୧ ନମ୍ବର ବିପଦ ସଙ୍କେତ ଦିଆଯାଇଛି । ବାତ୍ୟାଜନିତ ବର୍ଷାକୁ ଦୃଷ୍ଟିରେ ରଖି ଜିଲାପାଳମାନଙ୍କୁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କସୂଚନା ଦିଆଯାଇଥିଲା । ଅମଳ ସମୟ ହୋଇଥିବାରୁ ବିଲରେ ଥିବା ପାଚିଲା ଧାନ ବର୍ଷା ଯୋଗୁ ନଷ୍ଟ ହୋଇଯିବାର ଆଶଙ୍କା ରହିଛି । ତୁରନ୍ତ ଧାନ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା