Connect with us

ଓଡିଶା

ପୁରୀ ସ୍ୱର୍ଗଦ୍ୱାରର ବିକାଶ ପାଇଁ ପ୍ରଥମ ପର୍ଯ୍ୟାୟରେ ୫ କୋଟି ଟଙ୍କା ଖର୍ଚ୍ଚ କରାଯିବ – ମୁଖ୍ୟମନ୍ତ୍ରୀ

ସାଙ୍କେତିକ

ପୁରୀ ସ୍ୱର୍ଗଦ୍ୱାରର ବିକାଶ ପାଇଁ ପ୍ରଥମ ପର୍ଯ୍ୟାୟରେ ୫ କୋଟି ଟଙ୍କା ଖର୍ଚ୍ଚ କରାଯିବ – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୦୧ ନଭେମ୍ବର – ପୁରୀ ସ୍ୱର୍ଗଦ୍ୱାରର ବିକାଶ ପାଇଁ ପ୍ରଥମ ପର୍ଯ୍ୟାୟରେ ୫ କୋଟି ଟଙ୍କା ଖର୍ଚ୍ଚ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଖର୍ଚ୍ଚ ଭରଣା କରଯିବ । ଫୋନିକ୍ସ ଫାଉଣ୍ଡେସନ ସହଯୋଗରେ ଏହି ବକାଶ କାର୍ଯ୍ୟ କରାଯିବ ।
ଆଜି ସନ୍ଧ୍ୟାରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଉପରୋକ୍ତ ନିଷ୍ପତି ଗ୍ରହଣ କରାଯାଇଛି । ଫନି ପରେ ସ୍ୱର୍ଗଦ୍ୱାରର ବହୁତ କ୍ଷତି ହୋଇଥିଲା । ତେଣୁ ଏହାର ସାମଗ୍ରିକ ବିକାଶ ପାଇଁ ରାଜ୍ୟ ସରକାର କାମ ହାତକୁ ନେଇଛନ୍ତି । ଏଥିରେ ଶବଦାହ ଠାରୁ ଆରମଭ କରି ଶ ବାହକ ମାନଙ୍କ ସୁବିଧା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ରହିବ । ସବୁ ଋତୁରେ ସୁବିଧାରେ ଶବଦାହ ପାଇଁ ଏଠାରେ ବ୍ୟବସ୍ଥା କରାଯିବ । ଶବବାହକ ମାନଙ୍କ ସୁବିଧା ପାଇଁ ବିଶ୍ରାମ କକ୍ଷ ଠାରୁ ଆରମ୍ଭ କରି ବ୍ୟାପକ ବୃକ୍ଷରୋପଣ କରାଯିବ । ଅସ୍ଥି ସଂଗ୍ରହ ଏବଂ ଏହାର ସଂରକ୍ଷଣ ପାଇଁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ । ଏହି କାମ ଆରମ୍ଭର ୬ ମାସ ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁବାବୁ କୋଟି କୋଟି ଓଡ଼ିଆଙ୍କ ହୃଦୟରେ ଅଛନ୍ତି । ସ୍ୱର୍ଗଦ୍ୱାରରେ ବିଜୁବାବୁଙ୍କ ଉଦ୍ଦେଶ୍ୟରେ ଯାହା କିଛି ଥିଲା, ସେ ସବୁ ଏବେ ଓଡ଼ିଶାବାସୀଙ୍କ ସେବାରେ ଲାଗିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସ୍ୱର୍ଗଦ୍ୱାରକୁ ବିଶ୍ୱାସର ପବିତ୍ର ଭୂମି ଭାବରେ ବର୍ଣ୍ଣନା କରି ଏହାର ବିକାଶରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।
ଏହି ବୈଠକରେ ପଂଚାୟତିରାଜ ମନ୍ତ୍ରୀ, କ୍ରୀଡ଼ା ମନ୍ତ୍ରୀ, ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ଶାସନ ସଚିବ, ପୁରୀ ଜିଲ୍ଲାପାଳ, ଫୋନେକ୍ସ ଫାଉଣ୍ଡେସନର ଅଧ୍ୟକ୍ଷ ପ୍ରମୁଖ ଉପସ୍ଥିତ ଥିଲେ ।
ସୂଚନାଯୋଗ୍ୟ ଯେ, ସ୍ୱର୍ଗ ଦ୍ୱାରରେ ଥିବା ବିଜୁ ବାବୁଙ୍କ ସମାଧି ଉଠିବା ପାଇଁ ନିଷ୍ପତି ହୋଇଛି । ଏହି ନିଷ୍ପତିକୁ ପୂର୍ବତନ ମନ୍ତ୍ରୀ ସଂଜୟଦାସ ବର୍ମା ପ୍ରଶଂସା କରିଛନ୍ତି । ସାଧାରଣ ଲୋକଙ୍କ ପାଇଁ ସ୍ୱର୍ଗଦ୍ୱାର ସମର୍ପିତ ହେବ ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା