Connect with us

ଓଡିଶା

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ସାଙ୍କେତିକ

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
– ୪ଟି ଲୋକସଭା ,୨୮ଟି ବିଧାନସଭା ଆସନରେ ମତଦାନ ପାଇଁ ବିଜ୍ଞପ୍ତି
– ମାର୍ଚ୍ଚ ୨୫ରେ ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ
-ମାଓ ଉପଦ୍ରୁତ ଅଂଚଳରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ମତଦାନ
ଭୁବନେଶ୍ୱର,୧୮ ମାର୍ଚ୍ଚ – ଆସନ୍ତା ଏପ୍ରିଲ ୧୧ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବା ଲାଗି ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶାର ୪ଟି ଲୋକସଭା ଆସନ ଓ ୨୮ଟି ବିଧାନସଭା ଆସନରେ ମତଦାନ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି ।
ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ବ୍ରହ୍ମପୁର ଲୋକସଭା ଆସନ ସହିତ ଏହା ଅଧୀନରେ ଥିବା ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭୋଟ୍ ଗ୍ରହଣ କରାଯିବ । ଏଥିପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ମାର୍ଚ୍ଚ ୨୫ ରହିଛି । ମାର୍ଚ୍ଚ ୨୬ ତାରିଖରେ ପ୍ରାର୍ଥିପତ୍ର ଯାଂଚ କରାଯିବ ଏବଂ ୨୮ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରାଯାଇପାରି । ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ମାଓ ଉପଦ୍ରୁତ ଓ ଦୁର୍ଗମ ଅଂଚଳରେ ଥିବା୨୨ଟିରେ ମତଦାନ ପାଇଁ ସମୟ କଟକଣା ଲାଗିଛି । ଏହି ନିର୍ବାଚନ ମଣ୍ଡଳୀଗୁଡ଼ିକରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ମତଦାନ ହେବ । ଏହି ସବୁ ନିର୍ବାଚନ ମଣ୍ଡଳୀ ଗୁଡିକ ହେଲା ମୋହନା, ଗୁଣପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋରାପୁଟ, ପଟାଙ୍ଗୀ, ଜୟପୁର, ଉମରକୋଟ, ଝରିଗାଁ,ଡାବୁଗାଁ, କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡା, କଳାହାଣ୍ଡି, ନୂଆପଡ଼ା,ଖରିଆର, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା ଓ ନର୍ଲା ।
ନବରଙ୍ଗପୁର, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି ଓ ଚିକିଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ଭୋଟ୍ ଗ୍ରହଣ କରାଯିବ ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା