Connect with us

ଆଞ୍ଚଳିକ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡିଶା ଆଡକୁ ମୁଁହାଇଛି

ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡିଶା ଆଡକୁ ମୁଁହାଇଛି l ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାକୁ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୧୫ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି।ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ସୋନପୁର, ବରଗଡ଼,ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଆଦି ଜିଲ୍ଲାରେ ମାଧ୍ୟମରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ଏହି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବା ସହିତ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ବାରଣ କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

More in ଆଞ୍ଚଳିକ