Connect with us

ଆଞ୍ଚଳିକ

ବନ୍ୟା ପ୍ରଭାବିତଙ୍କ ପାଇଁ ୭ ଦିନର ରିଲିଫ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ l

ବନ୍ୟା ପ୍ରଭାବିତଙ୍କ ପାଇଁ ୭ ଦିନର ରିଲିଫ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭଦ୍ରକ,କେନ୍ଦ୍ରାପଡା ଓ ଯାଜପୁରର ବନ୍ୟା ପ୍ରଭାବିତଙ୍କ ପାଇଁ ୭ ଦିନର ରିଲିଫ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ସପ୍ତାହେ ମଧ୍ୟରେ କ୍ଷୟକ୍ଷତି ଆକଳନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୦ା୯ : ଭଦ୍ରକ,କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାର ବନ୍ୟା ପ୍ରଭାବିତ ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୭ ଦିନ ଲାଗି ରିଲିଫ୍ ଘୋଷଣା କରିଛନ୍ତି । ଏ ବାବଦରେ ପୌଢ ମାନଙ୍କୁ ଦୈନିକ ୬୦ ଟଙ୍କା ଏବଂ ୧୨ ବର୍ଷରୁ କମ୍ ପିଲାମାନଙ୍କୁ ୪୫ ଟଙ୍କା ହିସାବରେ ରିଲିଫ୍ ପ୍ରଦାନ କରାଯିବ ।

ପ୍ରଭାବିତ ଅଂଚଳରେ ଘଟିଥିବା କ୍ଷୟକ୍ଷତି ସମ୍ପର୍କରେ ଆକଳନ କରି ଏକ ସପ୍ତାହ ମଧ୍ୟରେ ରିପୋର୍ଟ ଦେବା ଲାଗି ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସୋମବାର ଦିନ ସଚିବାଳୟ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମ୍ପୃକ୍ତ ଜିଲ୍ଲା ମାନଙ୍କରେ ବନ୍ୟା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରି ଏହି ନିର୍ଦ୍ଦେଶ ଦେଇଛନ୍ତି । ଏହସହ ପ୍ରଭାବିତ ଅଂଚଳରେ ଗୃହ ପାଳିତ ପ୍ରାଣୀ ମାନଙ୍କୁ ମାଗଣାରେ ଚିକିତ୍ସା ସହିତ ଟୀକାକରଣ ମଧ୍ୟ କରାଯିବ ବୋଲି ସେ ଘୋଷଣା କରିଛନ୍ତି । ସମୀକ୍ଷାରୁ ଜଣାଯାଇଛି ଯେ ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାର ୧୭ଟି ବ୍ଲକ୍ , ୪ ଟି ପୌରପରିଷଦ ଏବଂ ୯୦୩ଟି ଗାଁର ସାଢେ ୭ ଲକ୍ଷ ଲୋକ ଚଳିତ ବନ୍ୟାରେ ପ୍ରଭାବିତ ହୋଇଛନ୍ତି । ୫୦ ହଜାର ହେକ୍ଟର ଚାଷଜମି କ୍ଷତିଗ୍ରସ୍ତ ହୋଇଛି । ୪୦ ହଜାର ଲୋକଙ୍କରୁ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରାଯିବା ସହ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି ।

ସେହିପରି ଗୃହପାଳିତ ପଶୁମାନଙ୍କଚ ମଧ୍ୟ ୯୦ ମେଟ୍ରିକ୍ ଟନ୍ ଗୋଖାଦ୍ୟ ଯୋଗାଇ ଦିଆଯାଇଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି । ଏହାସହିତ ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ସୁନିଶ୍ଚିନ୍ତ କରିବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ବୈଠକରେ ରାଜସ୍ୱ ମନ୍ତ୍ରୀ ଶ୍ରୀ ମହେଶ୍ୱର ମହାନ୍ତି , ମୁଖ୍ୟ ଶାସନ ସଚିବ , ଉନ୍ନୟନ କମିଶନର, ଜଳସମ୍ପଦ ବିଭାଗ ପ୍ରମୁଖ ସଚିବ , କୃଷି ବିଭାଗର ପ୍ରମୁଖ ସଚିବ , ସ୍ୱତନ୍ତ୍ର ରିଲିଫ୍ କମିଶନର , ମତ୍ସ୍ୟ ଓ ପଶୁପାଳନ ବିଭାଗ ସଚିବ ପ୍ରମୁଖ ଯୋଗ ଦେଇଥିଲେ ।

Click to comment

Leave a Reply

Your email address will not be published. Required fields are marked *

More in ଆଞ୍ଚଳିକ