Connect with us

ଆଞ୍ଚଳିକ

ବିଦେଶାଗତ ବାଲୁକାଶିଳ୍ପୀମାନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସାଙ୍କେତିକ

ବିଦେଶାଗତ ବାଲୁକାଶିଳ୍ପୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୦୫ ଡିସେମ୍ବର – କୋଣାର୍କ ଉତ୍ସବ ଅବସରରେ ଚନ୍ଦ୍ରଭାଗା ବେଳାଭୂମିରେ ବାଲୁକାକଳା ଉତ୍ସବ କାର୍ଯ୍ୟକ୍ରମରେ ଭାଗ ନେବାକୁ ଆସିଥିବା ବିଦେଶୀ ବାଲୁକାଶିଳ୍ପୀମାନଙ୍କୁ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଥିଲେ । ଆମେରିକା, କାନାଡ଼ା, ରୁଷିଆ, ଆୟାର୍ଲାଣ୍ଡ, ଡେନ୍ମାର୍କ ଓ ଟୋଗୋର ୬ଜଣ ଶିଳ୍ପୀ ଏହି ଉତ୍ସବରେ ଯୋଗ ଦେଇଥିଲେ ।
ପର୍ଯ୍ୟଟନ ନିର୍ଦ୍ଦେଶକ କୋଣାର୍କ ବାଲୁକାକଳା ଉତ୍ସବ ଉପରେ ଏକ ଭିଡିଓ ଉପସ୍ଥାପନା କରିଥିଲେ । ଚଳିତ ବର୍ଷ ଏହି କାର୍ଯ୍ୟକ୍ରମରେ ୧୨୧ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । ଡିସେମ୍ବର ୧ରୁ ଆରମ୍ଭ ହୋଇଥିବା କାର୍ଯ୍ୟକ୍ରମ ଆଜି ଶେଷ ହୋଇଯାଇଛି ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅତିଥିମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଓଡ଼ିଶାର କଳା ପରମ୍ପରା ଉପରେ ସେମାନଙ୍କୁ ଅବଗତ କରିଥିଲେ । ଓଟିଡିସିର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଶ୍ରୀ ଆର୍. ବାଲକ୍ରିଷ୍ଣନ ଏବଂ ପର୍ଯ୍ୟଟନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

More in ଆଞ୍ଚଳିକ