Connect with us

ଓଡିଶା

ବିଧାନସଭାର ଶୀତ ଅଧିବେଶନ

ସାଙ୍କେତିକ ଚିତ୍ର

ଭୁବନେଶ୍ୱର:- ୧୬।୧୧ ବିଧାନସଭାର ଶୀତ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ବିଧାନସଭାର ପୂର୍ବତନ ସଦସ୍ୟ ଏବଂ ସୁରକ୍ଷାକର୍ମୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇ ଶୋକ ପ୍ରସ୍ତାବ ଉପରେ ଆଲୋଚନା ପରେ ବିରୋଧୀ କଂଗ୍ରେସ ଓ ଭାଜପା ଚାଷୀ ସମସ୍ୟାକୁ ନେଇ ଗୃହରେ ପ୍ରବଳ ହଟ୍ଟଗୋଳ କରିଥିଲେ । ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମକୁ ବାତିଲ କରି ଚାଷୀ ପ୍ରସଙ୍ଗ ଆଲୋଚନା କରିବାକୁ ଦାବି କରିଥିଲେ । ବାଚସ୍ପତି ଅନୁମତି ନ ଦେବାରୁ କଂଗ୍ରେସ ସଦସ୍ୟ ତାରା ପ୍ରସାଦ ବାହିନୀପତି, ଅଂଶୁମାନ ମହାନ୍ତି, ପ୍ରକାଶ ବେହେରା, କେ. ସୂର୍ଯ୍ୟ ରାଓ, ପ୍ରଫୁଲ ମାଝି, ଚନ୍ଦ୍ରଶେଖର ମାଝି ପ୍ରମୁଖ ଗୃହର ମଧ୍ୟଭାଗକୁ ଆସି ହୋହାଲ୍ଲା କରିଥିଲେ । ଭାଜପା ସଦସ୍ୟମାନେ ମଧ୍ୟ କଂଗ୍ରେସ ସହିତ ତାଳ ମିଳାଇ ଗୃହର ମଧ୍ୟଭାଗକୁ ଆସି ପାଟିତୁଣ୍ଡ କରିଥିଲେ । ପରିସ୍ଥିତି ଅସମ୍ଭାଳ ହେବାରୁ ବାଚସ୍ପତି ଗୃହକୁ ୧୧ଟା ୧୪ରୁ ମଧ୍ୟାହ୍ନ ୧୧ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା