Connect with us

ଆଞ୍ଚଳିକ

ବିଧାନସଭା ପରିସରରେ ଉକ୍ରଳମଣି ପଣ୍ଡିତ ଗୋପବନ୍ଧୁଙ୍କୁ ଶ୍ରଦ୍ଧାସୁମନ ଅର୍ପଣ

ସାଙ୍କେତିକ ଚିତ୍ର

ବିଧାନସଭା ପରିସରରେ ଉକ୍ରଳମଣି ପଣ୍ଡିତ ଗୋପବନ୍ଧୁଙ୍କୁ ଶ୍ରଦ୍ଧାସୁମନ ଅର୍ପଣ
ଭୁବନେଶ୍ୱର:- ଉକ୍ରଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପବିତ୍ର ଜନ୍ମତିଥି ଅବସରରେ ମଙ୍ଗଳବାର ପୂର୍ବାହ୍ନରେ ରାଜ୍ୟ ବିଧାନସଭା ପରିସରରେ ପ୍ରତିଷ୍ଠିତ ପ୍ରତିମୂର୍ତିରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଶଦ୍ଧ୍ରାଞ୍ଜଳି ଅର୍ପଣ କରିଛନ୍ତି ।
ଏକ ନିରାଡ଼ମ୍ବର ପରିବେଶରେ ଅନୁଷ୍ଠିତ ଏହି ଶ୍ରଦ୍ଧାସୁମନ ଅର୍ପଣ କାର୍ଯ୍ୟକ୍ରମରେ ଉପବାଚସ୍ପତି ସାନନ୍ଦ ମାର୍ଣ୍ଡି, ଅର୍ଥ, ଅବକାରୀ ମନ୍ତ୍ରୀ ଶଶିଭୂଷଣ ବେହେରା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଅ ।ଇନ, ସୂଚନା ଲୋକସଂପର୍କ ମନ୍ତ୍ରୀ ପ୍ରତାପ ଜେନା, ପର୍ଯ୍ୟଟନ, ଓଡ଼ିଅ । ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମୁଖ୍ୟ ସଚେତକ ଅମର ପ୍ରସାଦ ଶତପଥୀ, ବିଧାୟକ ପ୍ରିୟଦର୍ଶୀ ମିଶ୍ର, ବିଧାୟକ ବଳଭଦ୍ର ମାଝୀ, ପୂର୍ବତନ ବିଧାୟକ ଅଜୟ ଜେନାଙ୍କ ସମେତ ଉକ୍ରଳ ସମ୍ମିଳନୀର କର୍ମକର୍ତା ତଥା ସଦସ୍ୟବୃନ୍ଦ ଉପସ୍ଥିତ ଥିଲେ ।
ଶାଶ୍ୱତୀ ସାମାଜିକ-ସାଂସ୍କୃତିକ ଅନୁଷ୍ଠାନର କଣ୍ଠଶିଳ୍ପୀମାନେ ସଂଗୀତ ପରିବେଷଣ କରିଥିବାବେଳେ ରାଜ୍ୟ ବିଧାନସଭା ସଚିବ କୁମାର ଷଡଙ୍ଗୀ ଉପସ୍ଥିତ ଥିଲେ । ଯୁଗ୍ମ ନିର୍ଦ୍ଦେଶକ(ଗବେଷଣା) ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

Click to comment

Leave a Reply

Your email address will not be published. Required fields are marked *

More in ଆଞ୍ଚଳିକ