Connect with us

ଓଡିଶା

ମନ୍ତ୍ରୀମାନେ ବିଭାଗ କାମ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେବେ

ସାଙ୍କେତିକ

ପ୍ରତିମାସ ୭ ତାରିଖରେ ମନ୍ତ୍ରୀମାନେ ବିଭାଗ କାମ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେବେ
ଭୁବନେଶ୍ୱର, ୦୪ ଜୁନ – ପ୍ରତିମାସ ୭ ତାରିଖ ପୂର୍ବରୁ ମନ୍ତ୍ରୀମାନେ ଦଳୀୟ ଇସ୍ତାହାରର ପ୍ରସ୍ତାବଗୁଡ଼ିକୁ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଭାବରେ କାର୍ଯ୍ୟକାରୀ କରିବା ଦିଗରେ କ’ଣ ପଦକ୍ଷେପ ନେଇଛନ୍ତି, ସେ ସମ୍ପର୍କରେ ତାଙ୍କୁ ରିପୋର୍ଟ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଆଗାମୀ ଜୁଲାଇ ୭ ତାରିଖ ମଧ୍ୟରେ ମନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ସେମାନଙ୍କର ପ୍ରଥମ ରିପୋର୍ଟ ପ୍ରଦାନ କରିବେ ।
ସୂଚନାଯୋଗ୍ୟ ଯେ ମଇ ୨୯ ତାରିଖ ଦିନ ନୂଆ ସରକାର ଦାୟିତ୍ୱ ଗ୍ରହଣ କରିବା ପରେ ମନ୍ତ୍ରିମଣ୍ଡଳର ବୈଠକ ବସି ନିର୍ବାଚନ ସମୟରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ତଥା ଦଳୀୟ ଇସ୍ତାହାରର ପ୍ରସ୍ତାବଗୁଡ଼ିକୁ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଭାବରେ ଗ୍ରହଣ କରିଥିଲେ । ସେତେବେଳେ ମନ୍ତ୍ରୀ ପରିଷଦର ସଦସ୍ୟମାନଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜିଠାରୁ ଠିକ୍ ୩୬୫ ଦିନ ପରି ୨୦୨୦ ମଇ ୨୯ ତାରିଖ ଦିନ ଆମେ ଲୋକଙ୍କୁ ଦେଇଥିବା ଆମର ପ୍ରତିଶ୍ରୁତି ଓ ଏହାର ରୂପାୟନ ସମ୍ପର୍କରେ ଜଣାଇବୁ । ମୁଁ ଚାହେଁ ଆମ ମନ୍ତ୍ରୀ ପରିଷଦର ସଦସ୍ୟମାନେ ଏହି ପ୍ରତିଶ୍ରୁତିଗୁଡ଼ିକର ସଫଳ ରୂପାୟନ ପାଇଁ ନିଜର ଶ୍ରେଷ୍ଠ ଉଦ୍ୟମ କରନ୍ତୁ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶାସନର ତିନୋଟି ମନ୍ତ୍ରୀ ଟିମ ୱାର୍କ, ଟ୍ରାନ୍ସପରେନ୍ସି ଓ ଟେକ୍ନୋଲୋଜି ସହିତ ଟ୍ରାନ୍ସଫର୍ମେସନ ନିମନ୍ତେ ପଂଚମ ପରିମାପକ ଟାଇମ୍ ସମୟକୁ ଅନ୍ତଭୁକ୍ତ କରିଥିଲେ ଏବଂ ଏକ ଗତିଶୀଳ ପ୍ରଶାସନିକ ମଡେଲ ଉପରେ ଗୁରୁତ୍ୱ ଆରୋପ କରିଥିଲେ । ଗରିବୀ ଦୂର କରିବା, ମହିଳାମାନଙ୍କ ବିକାଶ ଏବଂ ଅଭିବୃଦ୍ଧିରେ ସମାନ ଭାଗିଦାରୀ, ଦୁର୍ବଳ ଶ୍ରେଣୀର ଲୋକଙ୍କ ବିକାଶ ଏବଂ ଯୁବକମାନଙ୍କ ସ୍ୱପ୍ନର ସଫଳ ରୂପାୟନ ଜରିଆରେ ଏକ ସଶକ୍ତ ଓଡ଼ିଶା ଗଠନ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ଏହିସବୁ ଦିଗ ଉପରେ ଗୁରୁତ୍ୱ ଆରୋପ କରି ମନ୍ତ୍ରୀମାନେ ସେମାନଙ୍କ ବିଭାଗର ପ୍ରାଥମିକତା କ୍ଷେତ୍ର ଉପରେ ତ୍ୱରିତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା