Connect with us

ଆଞ୍ଚଳିକ

ଲିଙ୍ଗରାଜ ମନ୍ଦିର ପାରିପାଶ୍ୱିର୍କ ଅଂଚଳର ବିକାଶ

ସାଙ୍କେତିକ

ଲିଙ୍ଗରାଜ ମନ୍ଦିର ପାରିପାଶ୍ୱିର୍କ ଅଂଚଳର ବିକାଶ
ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ ଘୋଷଣା
ଭୁବନେଶ୍ୱର, ୧୨ ଡିସେମ୍ବର – ଲିଙ୍ଗରାଜ ମନ୍ଦିର ପାଇଁ ମୁଖ୍ୟମନ୍ତ୍ରୀ ପ୍ୟାକେଜ ଘୋଷଣା କରିବା ସହ ଏହାର ସୁରକ୍ଷା ସହିତ ଭବିଷ୍ୟତ ପିଢ଼ୀ ପାଇଁ ଏହାକୁ ଉପଯୁକ୍ତ ସଂରକ୍ଷଣ ନିମନ୍ତେ ଆମ ସମସ୍ତଙ୍କୁ କିଛି ତ୍ୟାଗ କରିବାର ଆବଶ୍ୟକତା ରହିଛି ବୋଲି କହିଛନ୍ତି । ଅନ୍ୟପକ୍ଷରେ ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ କରିବା ଲାଗି ନିଷ୍ପତି ହୋଇଛି ।
ଆମ ଐତିହ୍ୟ ହିଁ ଆମ ଗୌରବ ଓ ଆମର ଶ୍ରେଷ୍ଠ ପରିଚୟ । ତେଣୁ ଆମର ଏହି ଗୌରବମୟ ଐତିହ୍ୟର ଉପଯୁକ୍ତ ସଂରକ୍ଷଣ ପାଇଁ ରାଜ୍ୟ ସରକାର ୬୬ ଏକର ପରିବ୍ୟାପ୍ତ ଏହି ଏକାମ୍ରକ୍ଷେତ୍ର ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ଏହା ଅଧିନରେ ସୁଦୃଶ୍ୟ ପ୍ରବେଶ ପଥ, ବିନ୍ଦୁସାଗର ପୁନରୁଦ୍ଧାର ଯୋଜନାରେ ବିଭିନ୍ନ ଐତିହ୍ୟ ପୁଷ୍କରିଣୀର ପୁନଃରୁଦ୍ଧାର, ଅତ୍ୟାଧୁନିକ ପାର୍କିଂ, ଲିଙ୍ଗରାଜ ଐତିହ୍ୟ ପ୍ରକଳ୍ପ, କେଦାରଗୌରୀ ଓ ମୁକ୍ତେଶ୍ୱର ପରିସରର ବିକାଶ ଓ ବିଭିନ୍ନ ସୁବିଧା ସୁଯୋଗ । ଇ-ଅଟୋ ପ୍ରୋଗ୍ରାମ, ଐତିହ୍ୟ ବାଖ୍ୟାନ କେନ୍ଦ୍ର ଏବଂ ଥଇଥାନ ଆଦି ୯ଟି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ । ଚାରିଗୋଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା ମଧ୍ୟ କରାଯିବ । ଶ୍ରୀ ଲିଙ୍ଗରାଜ ମନ୍ଦିର ସମ୍ମୁଖ ଭାଗରେ ଉଦ୍ୟାନ ନିର୍ମାଣ ସହିତ ଏହାର ସୌନ୍ଦର୍ଯ୍ୟକରଣ କରାଯିବ ଏବଂ ମନ୍ଦିର ଚାରି ପାଖରେ ପରିକ୍ରମା ପଥ ନିର୍ମାଣ କରାଯିବ । ମନ୍ଦିର ସମ୍ମୁଖ ରାସ୍ତାରେ ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯିବ । ଶ୍ରୀ ଲିଙ୍ଗରାଜ ଐତିହ୍ୟ ପ୍ରକଳ୍ପ ଅଧିନରେ ଭକ୍ତମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ, ସେଥିପାଇଁ ବ୍ୟବସ୍ଥା କରାଯିବ । ପର୍ଯ୍ୟଟକ ମାନଙ୍କ ପାଇଁ ବିଭିନ୍ନ ପ୍ରକାର ସୁବିଧା ସୁଯୋଗର ବିକାଶ କରାଯିବ ।
ବିନ୍ଦୁସାଗର ଜଳକୁ ପରିଷ୍କାର କରିବା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ଗ୍ରହଣ କରାଯିବ ଏବଂ ତା ସହିତ କେଦାରଗୌରୀ, ପାପନାସିନୀ, ଗୋଦାବରୀ, କୋଟିତୀର୍ଥ, ଗଙ୍ଗାଯମୁନା ଏବଂ ଦେବୀପାଦହରା ଐତିହ୍ୟ ପୁଷ୍କରିଣୀର ପୁନଃରୁଦଧାର ଓ ସଂରକ୍ଷମ କରାଯିବ । ଶ୍ରୀ ଲିଙ୍ଗରାଜ ମନ୍ଦିରର ନିରାପତାକୁ ଆହୁରି ସୁଦୃଢ଼ କରାଯିବ ।
ଏହି ଯୋଜନା ଦ୍ୱାରା ଜୀବିକା ହରାଉଥିବା ଉଠାଦୋକାନୀ ମାନଙ୍କୁ ଦୁଇଟି କିସ୍ତିରେ ୩୦ ହଜାର ଟଙ୍କା ଏକକାଳୀନ ସହାୟତା ଦିଆଯିବ ଏବଂ ଭେଣ୍ଡିଂ ଜୋନ୍ କରାଯାଇ ସେମାନଙ୍କୁ ଥଇଥାନ କରାଯିବ । ପକ୍କା ଘରେ ଥିବା ଦୋକାନ ଘର ଉଚ୍ଛେଦ ନିମନ୍ତେ ବ୍ୟବସାୟୀଙ୍କୁ ୧୨ ମାସ ନିମନ୍ତେ ମାସିକ ୧୦ ହଜାର ଟଙ୍କା ଲେଖାଏ ସହୟତା ଦିଆଯିବ ଏବଂ ପରବର୍ତୀ ସମୟରେ ବି.ଏମ.ସି ପର୍ଯ୍ୟଟନ ବିଭାଗ ଦ୍ୱାରା ନିର୍ମିତ ମାର୍କେଟରେ ଅଥବା ନୂତନ ମାର୍କେଟ କମ୍ପେ୍ଲକ୍ସ ନିର୍ମାଣ କରଯାଇ ସେମାନଙ୍କୁ ଥଇଥାନ କରାଯିବ । ସ୍ଥିତିବାନ ଆବାସିକ ଗୃହ ବ୍ୟବସାୟିକ ଗୃହ ଉଚ୍ଛେଦ କ୍ଷେତ୍ରରେ କ୍ଷତିଗ୍ରସ୍ତଙ୍କ ସହିତ ଆଲୋଚନା କରାଯାଇ ନିୟମ ଅନୁସାରେ କ୍ଷତିପୂରଣ ଦିଆଯିବ ।
ଅଜି ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଶ୍ରୀ ଲିଙ୍ଗରାଜ ମନ୍ଦିରର ବିକାଶ ସମ୍ପର୍କରେ ଆଲୋଚନା ହୋଇଥିଲା । ଏଥିରେ ଶ୍ରୀ ଜଗନ୍ନାଥ ମନ୍ଦିର ପରି ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ ପ୍ରଣୟନ କରିବାକୁ ବୈଠକରେ ନିଷ୍ପତି ହୋଇଥିଲା । ଏହି ବୈଠକରେ ମନ୍ତ୍ରୀ ପ୍ରତାପ ଜେନା, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମୁଖ୍ୟ ଶାସନ ସଚିବ, ଉନନୟନ କମିଶନର, ପୂର୍ତ ସଚିବ ଓ ମ୍ୟୁନିସପାଲ କମିଶନର ପ୍ରମୁଖ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

More in ଆଞ୍ଚଳିକ