Connect with us

ଓଡିଶା

ସାମ୍ବାଦିକଙ୍କ ସମସ୍ୟା ନେଇ ରାଜ୍ୟପାଳଙ୍କୁ ଭେଟିଲେ ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ

ସାଙ୍କେତିକ

ସାମ୍ବାଦିକଙ୍କ ସମସ୍ୟା ନେଇ ରାଜ୍ୟପାଳଙ୍କୁ ଭେଟିଲେ ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ
ଭୁବନେଶ୍ୱର, ୯ ଡିସେମ୍ବର – ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ ପକ୍ଷରୁ ଏକ ପ୍ରତିନିଧି ଦଳ ରାଜଭବନ ଯାଇ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ ଅନ୍ୟାନ୍ୟ ରାଜ୍ୟ ଭଳି ଓଡ଼ିଶାରେ ଅବସରପ୍ରାପ୍ତ ସାମ୍ବାଦିକମାନଙ୍କୁ ମାସିକ ପେନସନ ଦେବା ଓ ସ୍ୱାସ୍ଥ୍ୟବୀମା ୨ଲକ୍ଷରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ବିଷୟରେ ରାଜ୍ୟପାଳଙ୍କୁ ପ୍ରତିନିଧି ଦଳ ଅବଗତ କରିଛନ୍ତି । ରାଜ୍ୟପାଳ ପ୍ରଫେସର ଲାଲ ଏ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି । ଏହି ପ୍ରତିନିଧି ଦଳରେ ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡର ସଭାପତି ପ୍ରଦୋଷ ପଟ୍ଟନାୟକ, ସାଧାରଣ ସଂପାଦକ ସନତ ମିଶ୍ର, ଉପସଭାପତି ପ୍ରଦ୍ୟୁମ୍ନ କୁମାର ମହାନ୍ତି ଏବଂ ପୂର୍ବାଂଚଳ ଉପାଧ୍ୟକ୍ଷ ଶ୍ରୀରାମ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା