Connect with us

ଅପରାଧ

ସ୍ୱଚ୍ଛ ଓ ଅବାଧ ନିର୍ବାଚନ ପାଇଁ ଦୃଢ ପଦକ୍ଷେପ

ସାଙ୍କେତିକ

ସ୍ୱଚ୍ଛ ଓ ଅବାଧ ନିର୍ବାଚନ ପାଇଁ ଦୃଢ ପଦକ୍ଷେପ
– ୩ .୭୮ କୋଟି ଟଙ୍କାର ମଦ ଜବତ
ଭୁବନେଶ୍ୱର, ୨୦ ଅପ୍ରେଲ – ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା କରିବା ନିମନ୍ତେ ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୩ ହଜାର ୯୬୫ ଗୋଟି ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ ହୋଇଛି । ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ ଧାରା ଅନୁଯାୟୀ ୬୨ ହଜାର ୭୬୫ ଜଣଙ୍କୁ ଅଟକ ରଖାଯାଇଛି । ୫ ହଜାର ୩୭୦ ଗୋଟି ଲାଇସେନ୍ସପ୍ରାପ୍ତ ବନ୍ଧୁକ ସଂପୃକ୍ତ ଜିଲ୍ଲା ପ୍ରଶାସନଠାରେ ଜିମା ଦିଆଯାଇଛି । ଲାଇସେନ୍ସ ନଥିବା ୨୪୬ ଟି ଅସ୍ତ୍ରଶସ୍ତ୍ର ଏବଂ ୧୪୫୭.୫୮୨ କିଲୋଗ୍ରାମ ବିସ୍ଫୋରକ ଦ୍ରବ୍ୟ ଜବତ କରାଯାଇଛି । ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅବକାରୀ ବିଭାଗ ଓ ପୁଲିସ୍ ସହାୟତାରେ ପ୍ରାୟ ୧୪୪୬୫୦.୫୮୮ ବଲ୍କ ଲିଟର ମଦ ଜବତ କରାଯାଇଛି, ଯାହାର ଆନୁମାନିକ ମୂଲ୍ୟ ୩ କୋଟି ୭୮ ଲକ୍ଷ ୧୧ ହଜାର ୪୩୨ ଟଙ୍କା । ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରି ଆଜି ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗିଥିବା ୩୬ ଲକ୍ଷ ୬୨ ହଜାର ୩୪୪ଟି ପୋଷ୍ଟର ଆଦିକୁ ହଟାଇ ଦିଆଯାଇଛି । ସେହିପରି ଆଜି ସୁଦ୍ଧା ବ୍ୟକ୍ତିଗତ ମାଲିକାନାରେ ଥିବା ସ୍ଥାନରେ ବେଆଇନ୍ ଭାବେ ଲାଗିଥିବା ୩ ଲକ୍ଷ ୭ ହଜାର ୮୪୨ ହୋଡିଂ, ପୋଷ୍ଟର ଆଦିକୁ ମଧ୍ୟ ବାହାର କରିଦିଆଯାଇଛି ।
ରାଜ୍ୟସ୍ତରରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ୍ ନଂ ୦୬୭୪-୨୩୯୫୦୧୫କୁ ଆଜି ସୁଦ୍ଧା ୧୦୭୨ଟି କଲ୍ ଏବଂ ଭୋଟର ହେଲ୍ପଲାଇନ୍ ନମ୍ବର ୧୯୫୦କୁ ୧୬ ହଜାର ୨୮୭ଟି କଲ୍ ମିଳିଥିବା ବେଳେ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ଗ୍ରହଣ କରାଯାଇ ଆବଶ୍ୟକ ପଦକ୍ଷେପ ସହ ସୂଚନା ପ୍ରଦାନ କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

More in ଅପରାଧ