Connect with us

ଆଞ୍ଚଳିକ

ହରିଦ୍ୱାର-ଋଷିକେଶକୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସାଙ୍କେତିକ

ହରିଦ୍ୱାର-ଋଷିକେଶକୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୩ ଡିସେମ୍ବର – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଲୋକସେବା ଭବନରୁ ଭିଡିଓ କନଫରେନ୍ସିଂ ଯୋଗେ ବାଲେଶ୍ୱର ଷ୍ଟେସନରୁ ହରିଦ୍ୱାର-ଋଷିକେଶକୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ।
ଆଜି ବାଲେଶ୍ୱର ଷ୍ଟେସନ୍ ରୁ ବାଲେଶ୍ୱର , ଭଦ୍ରକ, ମୟୁରଭଂଜ , ଯାଜପୁର ଓ କେନ୍ଦୁଝର ଜିଲ୍ଲାର ୯୭୦ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ଏକ ସ୍ୱତନ୍ତ୍ର ଟ୍ରେନ୍ ହରିଦ୍ୱାର ଅଭିମୁଖେ ଯାତ୍ରା ଆରମ୍ଭ କରିଛି । ଯାତ୍ରୀମାନଙ୍କୁ ସହାୟତା ଯୋଗାଇବା ପାଇଁ ୩୦ ଜଣ ଏସ୍କର୍ଟ ଅଫିସର ମଧ୍ୟ ଯାଇଛନ୍ତି ।
ତୀର୍ଥଯାତ୍ରାରେ ଯାଉଥିବା ଯାତ୍ରୀମାନେ ସରକାରଙ୍କ ଏହି କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି ଅବସରରେ ବାଲେଶ୍ୱର ଷ୍ଟେସନ୍ ରେ ଆୟୋଜିତ କାର୍ଯ୍ୟକ୍ରମରେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଓ ସ୍ଥାନୀୟ ବିଧାୟକମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ବରିଷ୍ଠ ନାଗରିକ ମାନଙ୍କୁ ଯାତ୍ରା ଶୁଭକାମନା ଜଣାଇଥିଲେ ।
ସୂରଚନାଯୋଗ୍ୟ ଯେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆଇଆରସିଟିସି ସହଯୋଗରେ ୨୦୧୬ରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏପର୍ଯ୍ୟନ୍ତ ୧୨ ହଜାର ବରିଷ୍ଠ ନାଗରିକମାନେ ଦେଶର ବିଭିନ୍ନ ତୀର୍ଥସ୍ଥାନ ବୁଲି ଦେଖିବାର ସୁଯୋଗ ପାଇଛନ୍ତି । ୨୦୧୯-୨୦ ବର୍ଷରେ ଆଉ ୩ଟି ତୀର୍ଥଯାତ୍ରୀ ଦଳ ବ୍ରହ୍ମପୁରରୁ ରାମେଶ୍ୱର-ମଦୁରାଇ, ସମ୍ବଲପୁରରୁ ଆଗ୍ରା-ମଥୁରା-ବୃନ୍ଦାବନ ଓ ଭୁବନେଶ୍ୱରରୁ ଆଲାହାବାଦ୍ -ବନାରସ୍ କୁ ଭ୍ରମଣ କରିବାର ସୁଯୋଗ ପାଇପାରିବେ ।
ଲୋକସେବା ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା , ଉନ୍ନୟନ କମିଶନର, ପର୍ଯ୍ୟଟନ ସଚିବ ପ୍ରମୁଖ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

More in ଆଞ୍ଚଳିକ