Connect with us

ଅପରାଧ

ହାତୀ ମୃତ୍ୟୁ ଘଟଣା କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ

ସାଙ୍କେତିକ ଚିତ୍ର

ହାତୀ ମୃତ୍ୟୁ ଘଟଣା
କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ
ଭୁବନେଶ୍ୱର,୨୯ା୧୦ : ଢେଙ୍କାନାଳ ହାତୀ ମୃୁତ୍ୟ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ କରିଛି । ଶନିବାର ଢ଼େଙ୍କାନାଳ ସଦର ରେଞ୍ଜ ଅନ୍ତର୍ଗତ କମଳାଙ୍ଗ ଗାଁ ନିକଟରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏକ ସଙ୍ଗେ ୭ଟି ହାତୀ ମୃତ୍ୟୁ ଘଟଣାର ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚ ଟିମ୍ ଢେଙ୍କାନାଳରେ ପହଞ୍ଚୀ ତଦନ୍ତ ଆରମ୍ଭ କରିଛି । କ୍ରାଇମବ୍ରାଞ୍ଚର ୪ ଜଣିଆ ଟିମ୍ ଢେଙ୍କାନାଳରେ ପହଞ୍ଚି ଡିଏଫ୍ଓ ଏବଂ ବିଦ୍ୟୁତ୍ ବିଭାଗ ଅଧିକ୍ଷଣ ଯନ୍ତ୍ରୀଙ୍କୁ ବିଭିନ୍ନ ବିଷୟରେ ପଚରାଉଚରା କରିଛନ୍ତି । କ୍ରାଇମବ୍ରାଞ୍ଚ ଟିମ୍ ସମ୍ପୃକ୍ତ ଫଇସରୁ ତଦନ୍ତ ଆରମ୍ଭ କରିଛି ।

ଅନ୍ୟପକ୍ଷରେ ଢ଼େଙ୍କାନାଳ ମିଳିତ ବଜାର ପୂଜା କମିଟି ପକ୍ଷରୁ ଡିଏଫ୍ଓ ଅଫିସ ଘେରାଉ କରାଯାଇଛି । ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କମିଟି ପକ୍ଷରୁ ଦାବି କରାଯାଇଛି । ସୂଚନାଯୋଗ୍ୟ ଯେ, ହାତୀ ମୃତ୍ୟୁକୁ ନେଇ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ । ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ଯେଉଁମାନେ ଦୋଷୀ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ ।

ଅନ୍ୟପକ୍ଷରେ ଏହି ଘଟଣାରେ କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ବନବିଭାଗ ଓ ବିଦ୍ୟୁତ୍ ବିଭାଗର ୭ଜଣ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବନବିଭାଗର ୩ଜଣ କର୍ମଚାରୀ ନିଲମ୍ବିତ ହୋଇଥିବା ବେଳେ ବିତ୍ୟୁତ୍ ବିଭାଗର ଜଣେ ଅଧିକାରୀଙ୍କୁ ବହିଷ୍କାର କରାଯିବା ସହ ୩ଜଣ ଅଧିକାରୀଙ୍କୁ ମଧ୍ୟ ନିଲମ୍ବିତ କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

More in ଅପରାଧ