Connect with us

ଆଞ୍ଚଳିକ

୧୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା l

୧୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା l

୧୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୬ା୯: ରାଜ୍ୟର ୧୭ଟି ଜିଲ୍ଳାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକ ହେଲା କେନ୍ଦ୍ରାପଡା, ଖୋର୍ଦ୍ଧା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ଯାଜପୁର, ପୁରୀ, କଟକ, ନୟାଗଡ, ଗଜପତି, କେନ୍ଦୁଝର, ମୟୁରଭଂଜ, ସମ୍ବଲପୁର, ସୁନ୍ଦରଗଡ, କୋରାପୁଟ ଓ ମାଲକାନଗିରି । ଏହି ସବୁ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

ଅନ୍ୟପକ୍ଷରେ ଆସନ୍ତା ୧୮ ତାରିଖ ସନ୍ଧ୍ୟା କିମ୍ବା ୧୯ ତାରିଖ ସକାଳ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ୨୦ ତାରିଖରେ ଏହା ଅବପାତର ରୂପ ନେଇପାରେ । ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି । ୨୦ ତାରିଖ ରାତିରୁ ୨୧ ତାରିଖ ସକାଳ ଯାଏ କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଜପତି, ରାୟଗଡ଼ା ଭଳି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହିତ ଖୋର୍ଦ୍ଧା, ନୟାଗଡ଼, ପୁରୀରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବନୁମାନ କରାଯାଇଛି ।

୨୨ ତାରିଖରେ ଏହା ଉତର-ପଶ୍ଚିମ ଓଡ଼ିଶାରୁ ଦକ୍ଷିଣ ଛତିଶଗଡ଼ ଅଭିମୁଖେ ଅତିକ୍ରମ କରିବ ଏବଂ ୨୨ ତାରିଖ ବେଳକୁ ଓଡ଼ିଶାରେ ବର୍ଷା କମିଯିବ ଓ ପାଗ ଶୁଖିଲା ରହିବ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

More in ଆଞ୍ଚଳିକ