Connect with us

ଆଞ୍ଚଳିକ

୧୭ ଜିଲ୍ଲାରେ ବର୍ଷା ସମ୍ଭାବନା

ସାଙ୍କେତିକ

୧୭ ଜିଲ୍ଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୨୫ ଫେବୃଆରୀ – ଆସନ୍ତା ୪୮ଘଂଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଛି । ସୋମବାର ୧୦ଟା ଯାଏଁ ୧୭ଟି ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଲା ଢେଙ୍କାନାଳ,ଜଗତସିଂହପୁର,କେନ୍ଦ୍ରାପଡ଼ା,ମୟୁରଭଞ୍ଜ,ବାଲେଶ୍ୱର, ଦେବଗଡ଼, ଯାଜପୁର, ଭଦ୍ରକ, ଅନୁଗୁଳ, ବଲାଙ୍ଗିର,ବୋ÷ଦ୍ଧ, ଝାରସୁଗୁଡା, ସୁନ୍ଦରଗଡ଼, ଖୋର୍ଦ୍ଧା, ନୟାଗଡ଼ ଓ ବରଗଡ଼ ଇତ୍ୟାଦି । ଉପରୋକ୍ତ ଜିଲ୍ଲା ଗୁଡିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସେହିପରି ୨୬ ଓ ୨୭ ତାରିଖରେ ସୁନ୍ଦରଗଡ଼,ଦେଓଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ ଓ ଯାଜପୁର ଆଦି ସ୍ଥାନରେ ବର୍ଷା ଆଶଙ୍କା ରହିଛି । ସେହିପରି ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘୂର୍ଣ୍ଣଝଡ଼ ସହ ବର୍ଷା ହୋଇପାରେ । ଏଥିସହିତ ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ବାଲାଙ୍ଗିର, ସୋନପୁର, ବୌଦ୍ଧ ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ଅ ।ଶଙ୍କା ରହିଛି । ୨୫ରୁ ୨୮ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାର କାଳବୈଶାଖୀ ବର୍ଷା ହୋଇପାରେ । ଗତ ୨ରୁ ୩ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଛି । ତେବେ ବର୍ଷା ହେବା ଫଳରେ ତାପମାତ୍ରା ହ୍ରାସ ପାଇବା ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ସୋମବାର ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୯.୦ ଡିଗ୍ରି ସେଲସିୟସ୍ ରେକର୍ଡ କରାଯାଇଥିବା ବେଳେ ମାଲକାନଗିରିରେ ସର୍ବନିମ୍ନ ୨୫.୦ଡିଗ୍ରି ସେଲସିୟସ୍ ତାପମାତ୍ରା ରେକର୍ଡ ହୋଇଛି

Click to comment

Leave a Reply

Your email address will not be published. Required fields are marked *

More in ଆଞ୍ଚଳିକ