Connect with us

ଅପରାଧ

ଓୟୁଏଟି କୁଳପତି ସୁରେନ୍ଦ୍ରନାଥ ପଶୁପାଳକଙ୍କ ଇସ୍ତଫା

ସାଙ୍କେତିକ

ଓୟୁଏଟି କୁଳପତି ସୁରେନ୍ଦ୍ରନାଥ ପଶୁପାଳକଙ୍କ ଇସ୍ତଫା
ଭୁବନେଶ୍ୱର,୧୯ ମାର୍ଚ୍ଚ – କୃଷି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୁଳପତି ପଦରୁ ଇସ୍ତଫା ଦେଇଛନ୍ତି । ଏହାସହ ସରକାରୀ ଚାକିରି ମଧ୍ୟ ଛାଡିଛନ୍ତି । ଚଳିତ ମାସରେ ତାଙ୍କର ଚାକିରି ଶେଷ ହୋଇଥାନ୍ତା । ସେ ନିଜ ଇସ୍ତଫାପତ୍ର ରାଜ୍ୟପାଳ ତଥା କୁଳାଧିପତିଙ୍କ ପାଖକୁ ଡାକ ଯୋଗେ ପଠାଇଥିବା ଜଣାପଡ଼ିଛି ।
ସୂଚନାଯୋଗ୍ୟ ଯେ ଶ୍ରୀ ପଶୁପାଳକଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଆସିବା ପରେ କିଛି ଦିନ ତଳେ କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ଛୁଟିରେ ଯିବା ଲାଗି ନିର୍ଦ୍ଦେଶ ଦେଇଥିଲେ । ପଶୁପାଳକ ତାଙ୍କ ପଦବୀର ଅପବ୍ୟବହାର କରି ଓୟୁଏଟିରେ ନିଯୁକ୍ତି କ୍ଷେତ୍ରରେ ବ୍ୟାପକ ଜାଲିଆତି କରିଥିବା ଅଭିଯୋଗ ହୋଇଥିଲା ।

Click to comment

Leave a Reply

Your email address will not be published. Required fields are marked *

More in ଅପରାଧ