୧୬ରୁ +୨ ପରୀକ୍ଷା ଫର୍ମ ପୂରଣ
ଭୁବନେଶ୍ୱର,୮ା୧୧ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ୨୦୧୯ ବାର୍ଷିକ ଯୁକ୍ତ ଦୁଇ ପରୀକ୍ଷା ଫର୍ମ ପୂରଣ ପାଇଁ ତାରିଖ ଘୋଷଣା କରାଯାଇଛି । ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ନଭେମ୍ବର ୧୬ ତାରିଖରୁ ଫର୍ମ ପୂରଣ ଆରମ୍ଭ ହୋଇ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ । ଛାତ୍ରଛାତ୍ରୀମାନେ ପରୀକ୍ଷା ଫି’ ୧୭ ତାରିଖ ଠାରୁ ୨୭ ତାରିଖ ପର୍ଯ୍ୟନ୍ତ ଜମା କରିପାରିବେ । ୨୭ ତାରିଖ ପରେ ଫର୍ମ ପୂରଣ କଲେ ୫୦ ଟଙ୍କା ଜୋରିମାନା ଦେବାକୁ ପଡିବ । ୩୦ ତାରିଖ ପର୍ଯ୍ୟନ୍ତ ଜରିମାନା ସହିତ ଫର୍ମ ପୂରଣର ସୁଯୋଗ ରହିଛି । ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ଫର୍ମ ପୂରଣ କରିଥିବା ଛାତ୍ରଛାତ୍ରୀ ଆସନ୍ତା ୨୮ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଫି’ ଜମା କରିପାରିବେ । ସେହିପରି ଡିସେମ୍ବର ୧ ତାରିଖରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଫର୍ମ ପୂରଣ କଲେ ୩୫୦ ଟଙ୍କା ଜୋରିମାନା ଦେବାକୁ ପଡିବ । ସେମାନେ ଡିସେମ୍ବର ୩ରୁ ୫ ତାରିଖ ମଧ୍ୟରେ ଫି’ ଓ ଜରିମାନା ଜମା କରିପାରିବେ ।
ଓଡିଶା
୧୬ରୁ +୨ ପରୀକ୍ଷା ଫର୍ମ ପୂରଣ
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...